୨ କରିନ୍ଥୀୟ 12

ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।

2 Corinthians 12:6 (UKJV) For though I would desire to glory, I shall not be a fool; for I will say the truth: but now I forbear, lest any man should think of me above that which he sees me to be, or that he hears of me.

4ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା।

5ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ।

6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।

7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।

8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.