୨ କରିନ୍ଥୀୟ 12

ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

2 Corinthians 12:9 (UKJV) And he said unto me, My grace is sufficient for you: for my strength is made perfect in weakness. Most gladly therefore will I rather glory in my infirmities, that the power of Christ may rest upon me.

7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ।

8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।

9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି।

10ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।

11ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋହର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.