8କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ।
9ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
10ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।
11ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
12ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।