10ଏଥିନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହିସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ।
11ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
12ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
13ସମସ୍ତ ସାଧୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି।
14ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ, ଈଶ୍ବରଙ୍କ ପ୍ରେମ ଓ ପବିତ୍ର ଆତ୍ମାଙ୍କ ସହଭାଗିତା ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ।