1ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”
2ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିଥିଲି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;
3ଯେଣୁ ଯେଉଁ ଖ୍ରୀଷ୍ଟ ମୋʼ ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;
4କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।