୨ କରିନ୍ଥୀୟ 13

କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।

2 Corinthians 13:6 (UKJV) But I trust that all of you shall know that we are not reprobates.

4କିନ୍ତୁ ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି। କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ବରଙ୍କ ଶକ୍ତି ହେତୁ ସେ ଜୀବିତ। ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ବରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା।

5ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।

6କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ।

7ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ।

8କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରିପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରିପାରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.