୨ କରିନ୍ଥୀୟ 2

ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?

2 Corinthians 2:16 (UKJV) To the one we are the savour of death unto death; and to the other the savour of life unto life. And who is sufficient for these things?

14କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,

15କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଈଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,

16ଏକ ପକ୍ଷର ଲୋକଙ୍କ ପ୍ରତି ମୃତ୍ୟୁଦାୟକ ଓ ଅନ୍ୟ ପକ୍ଷରେ ଲୋକଙ୍କ ପ୍ରତି ଜୀବନଦାୟକ ସୁବାସ ସ୍ୱରୂପ। ଆଉ ଏହି ସମସ୍ତ ନିମନ୍ତେ କିଏ ସମର୍ଥ?

17ସେହି ଅନେକ ଲୋକ ଯେପରି ଈଶ୍ବରଙ୍କ ବାକ୍ୟ ବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ବରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.