1ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ? କିମ୍ବା କାହାରି କାହାରି ପରି କଅଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ?
2ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ;
3ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।