9କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
10ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।
11କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
12ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,
13ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ।