14କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ।
15ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ,
16କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ।
17ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା।
18କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।