3ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ର-ସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ, ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ।
4ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି।
5ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ;
6ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;
7ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,