୨ କରିନ୍ଥୀୟ 3

ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?

2 Corinthians 3:8 (UKJV) How shall not the ministration of the spirit be rather glorious?

6ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍‍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ;

7ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,

8ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?

9କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।

10ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.