7ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ,
8ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ?
9କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ।
10ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି।
11କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।