1ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ,
2ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୂର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ବରଙ୍କ ବାକ୍ୟ ଛଳରେ ବ୍ୟବହାର କରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ବରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛ।
3କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;