11କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।
12ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।
13“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;
14କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।
15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।