୨ କରିନ୍ଥୀୟ 4

କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;

2 Corinthians 4:17 (UKJV) For our light affliction, which is but for a moment, works for us a far more exceeding and eternal weight of glory;

15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।

16ତେଣୁ ଆମ୍ଭେମାନେ କ୍ଳାନ୍ତ ହେଉ ନାହୁଁ, କିନ୍ତୁ ଆମ୍ଭମାନଙ୍କର ବାହ୍ୟିକ ପୁରୁଷ କ୍ଷୟ ପାଇଲେ ସୁଦ୍ଧା ଆମ୍ଭମାନଙ୍କ ଆନ୍ତରିକ ପୁରୁଷ ଦିନକୁ ଦିନ ନୂତନୀକୃତ ହେଉଅଛି।

17କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;

18ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.