୨ କରିନ୍ଥୀୟ 4

କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।

2 Corinthians 4:5 (UKJV) For we preach not ourselves, but Christ Jesus the Lord; and ourselves your servants for Jesus' sake.

3କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ;

4ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।

5କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ।

6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।

7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.