୨ କରିନ୍ଥୀୟ 4

ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

2 Corinthians 4:8 (UKJV) We are troubled on every side, yet not distressed; we are perplexed, but not in despair;

6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।

7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

8ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

9ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;

10ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.