୨ କରିନ୍ଥୀୟ 4

ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;

2 Corinthians 4:9 (UKJV) Persecuted, but not forsaken; cast down, but not destroyed;

7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;

8ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ;

9ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ;

10ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ।

11କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.