୨ କରିନ୍ଥୀୟ 5

ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।

2 Corinthians 5:11 (UKJV) Knowing therefore the terror of the Lord, we persuade men; but we are made manifest unto God; and I trust also are made manifest in your consciences.

9ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।

10କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।

11ଅତଏବ, ପ୍ରଭୁ ବିଷୟକ ଭୟ ଜ୍ଞାତ ହେବାରୁ ଆମ୍ଭେମାନେ ମନୁଷ୍ୟମାନଙ୍କୁ ମଣାଉଅଛୁ, କିନ୍ତୁ ଆମ୍ଭେମାନେ ଈଶ୍ବରଙ୍କ ଛାମୁରେ ପ୍ରକାଶିତ ଅଟୁ ଏବଂ ତୁମ୍ଭମାନଙ୍କ ବିବେକ ନିକଟରେ ମଧ୍ୟ ଯେ ପ୍ରକାଶିତ ଅଟୁ, ଏହା ମୁଁ ଆଶା କରେ।

12ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।

13ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.