12ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।
13ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଈଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।