14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ;
15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି।
16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;