16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ।
17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;
19ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।
20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।