୨ କରିନ୍ଥୀୟ 5

ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।

2 Corinthians 5:19 (UKJV) To know, that God was in Christ, reconciling the world unto himself, not imputing their trespasses unto them; and has committed unto us the word of reconciliation.

17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।

18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି;

19ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି।

20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ।

21ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.