1କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ବରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
2ଯେଣୁ ଆମ୍ଭେମାନେ ତ ଆମ୍ଭମାନଙ୍କ ସ୍ୱର୍ଗୀୟ ଗୃହରୂପ ବସ୍ତ୍ରରେ ପରିହିତ ହେବାକୁ ଏକାନ୍ତ ଇଚ୍ଛା କରି ଏହି ଗୃହରେ ଥାଉ ଥାଉ ଆର୍ତ୍ତନାଦ କରୁଅଛୁ;
3ଏହିପରି ପରିହିତ ହେଲେ ଆମ୍ଭେମାନେ ଉଲଗ୍ନ ଦେଖାଯିବା ନାହିଁ।
4କାରଣ ଆମ୍ଭେମାନେ ଏହି ତମ୍ବୁରେ ବାସ କରି ଭାରଗ୍ରସ୍ତ ହୋଇ ଆର୍ତ୍ତନାଦ କରୁଅଛୁ; ଯେଣୁ ଆମ୍ଭେମାନେ ଯେ ପରିଚ୍ଛଦ ତ୍ୟାଗ କରିବାକୁ ଇଚ୍ଛା କରୁ, ତାହା ନୁହେଁ, ମାତ୍ର ଜୀବନ ଯେପରି ମର୍ତ୍ତ୍ୟକୁ ଗ୍ରାସ କରେ, ଏଥିନିମନ୍ତେ ଏହି ପରିଚ୍ଛଦ ଉପରେ ଅନ୍ୟ ବସ୍ତ୍ର ପରିଧାନ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ।
5ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି।