୨ କରିନ୍ଥୀୟ 5

ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।

2 Corinthians 5:8 (UKJV) We are confident, I say, and willing rather to be absent from the body, and to be present with the Lord.

6ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।

7(କାରଣ ଆମ୍ଭେମାନେ ଦୃଶ୍ୟ ବିଷୟ ଦେଇ ଜୀବନଯାପନ ନ କରି ବିଶ୍ୱାସରେ ଜୀବନଯାପନ କରୁଅଛୁ),

8ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ।

9ଏଣୁ ମଧ୍ୟ ନିବାସୀ ହେଉ ବା ପ୍ରବାସୀ ହେଉ, ତାହାଙ୍କ ନିକଟରେ ସନ୍ତୋଷପାତ୍ର ହେବା ଆମ୍ଭମାନଙ୍କର ଏକାନ୍ତ ବାସନା।

10କାରଣ ଭଲ ହେଉ ବା ମନ୍ଦ ହେଉ, ପ୍ରତ୍ୟେକ ଜଣ ଆପଣା ଶରୀର ଦ୍ୱାରା କୃତ କର୍ମାନୁସାରେ ଫଳ ପାଇବା ନିମନ୍ତେ ଖ୍ରୀଷ୍ଟଙ୍କ ବିଚାରାସନ ଛାମୁରେ ଆମ୍ଭ ସମସ୍ତଙ୍କୁ ଉପସ୍ଥିତ ହେବାକୁ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.