15ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ?
16ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।”
17ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା”
18“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।”