1ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
2କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
3ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,
4ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
5ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,