୨ କରିନ୍ଥୀୟ 6

ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,

2 Corinthians 6:4 (UKJV) But in all things approving ourselves as the ministers of God, in much patience, in afflictions, in necessities, in distresses,

2କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।

3ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ,

4ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,

5ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ,

6ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.