୨ କରିନ୍ଥୀୟ 6

ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,

2 Corinthians 6:8 (UKJV) By honour and dishonour, by evil report and good report: as deceivers, and yet true;

6ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ,

7ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା,

8ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,

9ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ,

10ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.