9ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
10କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।
11ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।
12ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।
13ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।