୨ କରିନ୍ଥୀୟ 7

ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।

2 Corinthians 7:12 (UKJV) Wherefore, though I wrote unto you, I did it not for his cause that had done the wrong, nor for his cause that suffered wrong, but that our care for you in the sight of God might appear unto you.

10କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।

11ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।

12ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।

13ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।

14ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.