13ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାହାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି।
14ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି।
15ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାହାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାହାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧି ପାଇଅଛି।
16ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣ ବିଶ୍ୱାସ କରିପାରେ, ଏଥିପାଇଁ ଆନନ୍ଦ କରୁଅଛି।