୨ କରିନ୍ଥୀୟ 7

ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।

2 Corinthians 7:3 (UKJV) I speak not this to condemn you: for I have said before, that all of you are in our hearts to die and live with you.

1ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।

2ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।

3ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା।

4ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।

5କାରଣ ମାକିଦନିଆରେ ଉପସ୍ଥିତ ହେଲା ଉତ୍ତାରେ ମଧ୍ୟ ବାହାରେ ଯୁଦ୍ଧ ଓ ଭିତରେ ଭୟ, ଏହିପରି ସର୍ବପ୍ରକାରେ କ୍ଳେଶଭୋଗ କରିବାରୁ ଆମ୍ଭମାନଙ୍କ ଶରୀରସୁଦ୍ଧା ବିଶ୍ରାମ ପାଇଲା ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.