6ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ବର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,
7ଆଉ, କେବଳ ତାହାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍ଯୋଗ, ତୁମ୍ଭମାନଙ୍କ ବିଳାପ, ମୋʼ ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି।
8ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା
9ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତ ହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନ-ପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ବରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ।
10କାରଣ ଈଶ୍ବରଙ୍କ ଇଚ୍ଛାନୁସାରେ ଯେଉଁ ଦୁଃଖ, ତାହା ପରିତ୍ରାଣ ନିମନ୍ତେ ଏପରି ମନ-ପରିବର୍ତ୍ତନ ଜନ୍ମାଏ, ଯାହା ସକାଶେ ଅନୁତାପ କରିବାକୁ ପଡ଼େ ନାହିଁ; ମାତ୍ର ସାଂସାରିକ ଦୁଃଖ ମୃତ୍ୟୁ ଜନ୍ମାଏ।