୨ କରିନ୍ଥୀୟ 8

ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;

2 Corinthians 8:10 (UKJV) And herein I give my advice: for this is expedient for you, who have begun before, not only to do, but also to be forward a year ago.

8ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।

9କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।

10ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;

11ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।

12କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.