10ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;
11ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।
12କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
13ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ;
14ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,