୨ କରିନ୍ଥୀୟ 8

କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;

2 Corinthians 8:16 (UKJV) But thanks be to God, which put the same earn care into the heart of Titus for you.

14ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,

15ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”

16କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍‍ଯୋଗ ଜନ୍ମାଇଅଛନ୍ତି;

17କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।

18ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.