15ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”
16କିନ୍ତୁ ଈଶ୍ବରଙ୍କର ଧନ୍ୟବାଦ ହେଉ, ସେ ତୁମ୍ଭମାନଙ୍କ ନିମନ୍ତେ ତୀତସଙ୍କ ହୃଦୟରେ ସମାନ ଉଦ୍ଯୋଗ ଜନ୍ମାଇଅଛନ୍ତି;
17କାରଣ ସେ ଯେ କେବଳ ଆମ୍ଭମାନଙ୍କ ଅନୁରୋଧ ଗ୍ରହଣ କଲେ, ତାହା ନୁହେଁ, ମାତ୍ର ସେ ନିଜେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ସ୍ୱେଚ୍ଛାରେ ତୁମ୍ଭମାନଙ୍କ ନିକଟକୁ ଯାଉଅଛନ୍ତି।
18ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
19କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;