୨ କରିନ୍ଥୀୟ 8

ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।

2 Corinthians 8:2 (UKJV) How that in a great trial of affliction the abundance of their joy and their deep poverty abounded unto the riches of their liberality.

1ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;

2ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।

3କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;

4ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.