18ପୁଣି, ତାହାଙ୍କ ସଙ୍ଗେ ଆମ୍ଭେମାନେ ଆଉ ଜଣେ ଭାଇଙ୍କୁ ପଠାଉଅଛୁ; ସୁସମାଚାର ପ୍ରଚାର ସମ୍ବନ୍ଧରେ ତାହାଙ୍କ ପ୍ରଶଂସା ସମୁଦାୟ ମଣ୍ଡଳୀରେ ବ୍ୟାପିଯାଇଅଛି,
19କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି;
20ଆମ୍ଭମାନଙ୍କ ଦ୍ୱାରା ସାଧିତ ଏହି ସେବାସ୍ୱରୂପ ପ୍ରଚୁର ଦାନ ବିଷୟରେ କେହି ଯେପରି ଆମ୍ଭମାନଙ୍କୁ ଦୋଷୀ ନ କରେ, ସେଥିପାଇଁ ସାବଧାନ ହେଉଅଛୁ;
21କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।
22ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍ଯୋଗୀ ହୋଇଅଛନ୍ତି।