୨ କରିନ୍ଥୀୟ 8

ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ।

2 Corinthians 8:23 (UKJV) Whether any do enquire of Titus, he is my partner and fellow-helper concerning you: or our brethren be enquired of, they are the messengers of the churches, and the glory of Christ.

21କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହିସବୁ ଆମ୍ଭେମାନେ ବିବେଚନା କରୁ।

22ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାହାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି।

23ତୀତସଙ୍କ ବିଷୟରେ ଯଦି କେହି ପଚାରେ, ସେ ମୋହର ସହଭାଗୀ ଓ ତୁମ୍ଭମାନଙ୍କ ନିମନ୍ତେ ମୋହର ସହକର୍ମୀ; କିଅବା ଯଦି ଆମ୍ଭମାନଙ୍କ ଭାଇମାନଙ୍କ ସମ୍ବନ୍ଧରେ ପଚାରେ, ସେମାନେ ମଣ୍ଡଳୀ-ସମୂହ ଦ୍ୱାରା ପ୍ରେରିତ, ପୁଣି, ଖ୍ରୀଷ୍ଟଙ୍କ ଗୌରବ ସ୍ୱରୂପ।

24ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀ-ସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.