2ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି।
3କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;
4ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;
5ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।
6ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।