୨ କରିନ୍ଥୀୟ 8

ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।

2 Corinthians 8:5 (UKJV) And this they did, not as we hoped, but first gave their own selves to the Lord, and unto us by the will of God.

3କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ;

4ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ;

5ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।

6ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ।

7ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍‍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.