11ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।
12କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
13ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,
14ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ବରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି।
15ଈଶ୍ବରଙ୍କ ଅକଥନୀୟ ଦାନ ଯାହା ତାହାଙ୍କ ଏକମାତ୍ର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ।