୨ କରିନ୍ଥୀୟ 9

ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,

2 Corinthians 9:3 (UKJV) Yet have I sent the brethren, lest our boasting of you should be in vain in this behalf; that, as I said, all of you may be ready:

1ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋʼ ପକ୍ଷରେ ବାହୁଲ୍ୟମାତ୍ର;

2କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟାର ବିଶ୍ୱାସୀମାନେ ଗତ ବର୍ଷରୁ ପ୍ରସ୍ତୁତ ହେଲେଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି।

3ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,

4କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।

5ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ, ଏଥିନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.