6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
7ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି,
9ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।”
10ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ;