9ଯେକେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ବରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି।
10କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
11କାରଣ ଯେକେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ।
12ତୁମ୍ଭମାନଙ୍କ ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋହର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ।
13ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।