୨ ଯୋହନ 1

ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।

2 John 1:3 (UKJV) Grace be with you, mercy, and peace, from God the Father, and from the Lord Jesus Christ, the Son of the Father, in truth and love.

1ମୁଁ ଯେ ପ୍ରାଚୀନ, ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି।

2ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।

3ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।

4ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।

5ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.