୨ ଯୋହନ 1

ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।

2 John 1:4 (UKJV) I rejoiced greatly that I found of your children walking in truth, as we have received a commandment from the Father.

2ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ।

3ପିତା ଈଶ୍ବର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ।

4ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।

5ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ।

6ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.